ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା

0 80

ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୬ଟି ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ବିଶ୍ୱାସଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ଆଜିଠାରୁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସେହିପରି ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରାରେ ବୃଦ୍ଧି ପାଇବା ସହ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ
ଧରଣର କୁହୁଡ଼ି ଅନୁଭୂତ ହେବ ବୋଲି କୁହାଯାଇଛି ।

Leave A Reply