ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହୋଇଯାଇଛି ।ୠତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ରେ ସର୍ବାଧିକ ୫ ସେଣ୍ଟିମିଟର ବର୍ଷା ରେକର୍ଡ଼ କରାଯାଇଥିବାବେଳେ ଚମ୍ପୁଆ ଓ ଝାରସୁଗୁଡ଼ାର ଲଇକେରାଠାରେ ୪ ସେଣ୍ଟିମିଟର ଲେଖାଏଁ ବର୍ଷା ରେକର୍ଡ଼ କରାଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୂଆପଥ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅନ୍ୟପକ୍ଷରେ କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।