ରାଜ୍ୟରେ ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ
ସାମାନ୍ୟରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା

0 117

ରାଜ୍ୟରେ ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର-ପଶ୍ଚିମ ଭାଗରେ ସକ୍ରିୟ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷାର ପରିମାଣ ସାମାନ୍ୟ ବୃଦ୍ଧି ପାଇପାରେ ।


ଆଜି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିଭଳି ଆସନ୍ତାକାଲି ସୁନ୍ଦରଗଡ଼, ଦେବଗଡ ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା
ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ ତାରିଖରେ ରାଜ୍ୟର କେତେକାଂଶରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ଆସନ୍ତାକାଲିଠାରୁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।


ଉତ୍ତର-ପଶ୍ଚିମ ଭାଗରେ ସକ୍ରିୟ ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ଶୁକ୍ରବାର ବର୍ଷାର ପରିମାଣ ସାମାନ୍ୟ ବୃଦ୍ଧି ପାଇପାରେ । ଆସନ୍ତାକାଲି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୫ ତାରିଖରେ ସୁନ୍ଦରଗଡ଼, ଦେବଗଡ ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୬ ତାରିଖରେ ରାଜ୍ୟର କେତେକାଂଶରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପକ୍ଷରେ ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ସହରର ତାପମାତ୍ରା ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଡିଗ୍ରୀ ସେଲ୍‍ସିୟସ ଉଦ୍ଧ୍ୱର୍ରେ ଥିବା ରେକର୍ଡ କରାଯାଇଛି ।

Leave A Reply