ଦକ୍ଷିଣ ଅଣ୍ଡାମାନ ସାଗରରେ ଆସନ୍ତାକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି କଟକ, ଖୋର୍ଦ୍ଧା,
ଯାଜପୁର, ଭଦ୍ରକ, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ ଦେବଗଡ଼ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀର ପ୍ରଭାବ
ପରିଲକ୍ଷିତ ହୋଇଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଂଜ, ଖୋର୍ଦ୍ଧା, ପୁରୀ ଓ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେପବନ ବହିବା ସହ ଘଡଘଡ଼ି ସହ ବର୍ଷା ହେବ । ସେହିଭଳି ସୁନ୍ଦରଗଡ଼,
ଦେବଗଡ଼, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା
ହେବାର ସମ୍ଭାବନା ରହିଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତା ଶନିବାର ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା ଓ କନ୍ଧମାଳ ଜିଲ୍ଲାରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ
ବହିବା ସହ ବର୍ଷା ହେବ । ସେହିଭଳି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବୌଦ୍ଧ ଜିଲ୍ଲାର
କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।
Comments are closed, but trackbacks and pingbacks are open.