ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେଉଥିବାରୁ ଆଜିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ବର୍ଷା ୨୭ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ମିଳିଥିବା ସୂଚନା ଅନୁଯାୟୀ ୨୫ ତାରିଖଠାରୁ ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଅନ୍ୟ ପକ୍ଷରେ ୨୬ ତାରିଖରେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ତଥା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଏହାର ବିଶେଷ ପ୍ରଭାବ ଓଡ଼ିଶା ଉପରେ
ପଡ଼ିବ ନାହିଁ ବୋଲି ପାଣିପାଗ ବିଭାଗ କହିଛି । ୨୫ ଓ ୨୬ ତାରିଖରେ ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସହ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଭାରତୀୟ
ପାଣିପାଗ ବିଭାଗ ପକ୍ଷରୁ ଏହି ଦୁଇଦିନ ଲାଗି ଓଡ଼ିଶା ପାଇଁ ଅରେଞ୍ଜ ଆଲର୍ଟ୍ ଜାରି କରାଯାଇଛି ।