ରାଜ୍ୟର କେତେକ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା
ଭୁବନେଶ୍ୱର – ଆନ୍ଧ୍ରପ୍ରଦେଶ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଏହି ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ସୁନ୍ଦରଗଡ ଓ ଝାରସୁଗୁଡା । ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି। ଅପରପକ୍ଷରେ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରେ ଜଳସ୍ତର ବୃଦ୍ଧି ପାଇଛି । ଫଳରେ ଜଳଭଣ୍ଡାରରୁ ୭ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି ।