ଭୁବନେଶ୍ୱର – ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଶୁକ୍ରବାର ୧୧ ଅକ୍ଟୋବର ୨୦୧୯ ଦିନ ସାଢ଼େ ବାରଟାରୁ ସାଢ଼େ ୩ଟା ଯାଏଁ ଆଠଟି ଜିଲ୍ଲାବାସୀଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଉଛି କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି,
ନୟାଗଡ଼, କଟକ, ଖୋର୍ଦ୍ଧା ଏବଂ ଅନୁଗୁଳ । ତେବେ ବର୍ତ୍ତମାନ ସମୟରେ ହାଲ୍କା ଶୀତର ଲହରୀ ଅନୁଭୂତ ହେବା କଥା । କିନ୍ତୁ ଏ ପର୍ଯ୍ୟନ୍ତ ସେମିତି କୌଣସି ସ୍ଥିତି ଦେଖାଯାଉ ନାହିଁ । ମଝିରେ ମଝିରେ ବର୍ଷା ହେବା ସହିତ ଗୁଳୁଗୁଳି ମଧ୍ୟ ଜାରି ରହିଛି ।
ଉତ୍ତର ବଙ୍ଗୋପସାଗରରେ ପଶ୍ଚିମବଙ୍ଗ ଓ ଓଡିଶା ଉପକୂଳରେ ସମୁଦ୍ର ପତନଠାରୁ ୨.୧ କିଲୋମିଟର ଉଚ୍ଚରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରୋ ଆସନ୍ତ।। ୨୪ଘଣ୍ଟା ମଧ୍ୟରେ ଅଧିକାଂଶ ଜିଲ୍ଳାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି । ଏହି ଘୂର୍ଣ୍ଣବଳୟ ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକ ସମେତ ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡିଶାରା ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।