ଉତ୍ତର ପଶ୍ଚିମ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ଆସନ୍ତା ୧୨ ଘଂଟା ମଧ୍ୟରେ ଓଡିଶା ଉପକୂଳ ଆଡକୁ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ଜିଲ୍ଲା ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ , ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗିର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହିତ ୨୦ରୁ ୨୧ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗିର ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ଦୃଷ୍ଟିରେ ରଖି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।