ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଗତକାଲି ବାରିପଦାଠାରେ ସର୍ବାଧିକ ତାପମାତ୍ରା ୪୨ ଦଶମିକ ୬ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ଅନ୍ୟପକ୍ଷରେ କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଜଣାପଡିଛି ।
ଆଞ୍ଚଳିକପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର,
ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Comments are closed, but trackbacks and pingbacks are open.