ଉତ୍ତର ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଆସନ୍ତାକାଲି ଓ ୨୦ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳ , ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିବାରୁ ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Comments are closed, but trackbacks and pingbacks are open.