ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ -ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, କଟକରେ ପ୍ରବଳ ବର୍ଷା

134

ପଶ୍ଚିମ କେନ୍ଦ୍ରୀୟ ତତ୍‍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ସୁଦୃଶ ଲଘୁଚାପର ରୂପ ନେଇପାରେ ବୋଲି ଜଣାପଡ଼ିଛି । ଏହାର ପ୍ରଭାବରେ ରାଜ୍ୟର କେତେକ ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, କଟକ । ସେହିଭଳି ୧୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି ।

Comments are closed, but trackbacks and pingbacks are open.