ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି, ଏହାର ପ୍ରଭାବରେ ରାଜ୍ୟରେ ଆ ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା

0 117

ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆଜି ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ବିଶେଷକରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାରୁ ଏବେ ରାଜ୍ୟର ଅଧିକାଂଶ ସ୍ଥାନରେ ଅଳ୍ପବହୁତ ବର୍ଷା ଜାରି ରହିବ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟ ରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ପାଗ ପ୍ରାୟ ଶୁଖିଲା ଓ ଖରାଟିଆ ରହିପାରେ । ମୌସୁମୀ ସକ୍ରିୟ ଥିବାରୁ କିଛି କିଛି ସ୍ଥାନରେ ବର୍ଷାର ବି ସମ୍ଭାବନା ରହିଛି । ଆସନ୍ତାକାଲି ଭୁବନେଶ୍ୱର ସମେତ ଏହାର ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବ ।

Leave A Reply