୩୦ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା ,୩୧ରୁ ଆଉ ଏକ ଲଘୁଚାପ ସମ୍ଭାବନା

0 1,502

ଭୁବନେଶ୍ୱର – ଏବେ ରାଜ୍ୟରେ ମୌସୁମୀ ସକ୍ରିୟ ହେବା ସହ ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିଛି । ବଙ୍ଗୋପସାଗରରେ ଏକ ଘୂର୍ଣ୍ଣି ବଳୟ ଏବଂ ରାଜସ୍ଥାନରୁ କୋଲକାତା ଯାଏଁ
ଏକ ଟ୍ରଫ୍‍ ଲାଇନ୍‍ ସୃଷ୍ଟି ହୋଇଛି।
ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଜୁଲାଇ ୩୦ ତାରିଖ ଯାଏଁ ବର୍ଷା ଲାଗି ରହିବ। ରବିବାରରେ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ବରଗଡ଼ ଏବଂ ସୋନପୁରର କେତେକ ଅଞ୍ଚଳରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିଭଳି ଭୁବନେଶ୍ୱର, ପୁରୀ, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୁଳ ଏବଂ ସମ୍ବଲପୁର ଆଦି ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ତେବେ ସୋମବାରଠାରୁ ବର୍ଷାର ପରିମାଣ କମିପାରେ।

୩୧ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ଆଞ୍ଚଲିତ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବରଗଡ଼, କଳାହାଣ୍ଡିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲାମାନଙ୍କ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply