ବର୍ଷା ସାଙ୍ଗକୁ ଫେରିଲା ଶୀତ ,ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର ୨୬।୦।୨୦୨୦ ରାଜ୍ୟର ପାଣିପାଗରେ ପୁଣି ଅସ୍ୱାଭାବିକ ପରିବର୍ତ୍ତନ ଦେଖାଦେଇଛି। ଗତକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଅଦିନିଆ ବର୍ଷା ଲାଗି ରହିଛି।
କୋହଲା ପାଗ ସାଙ୍ଗକୁ ବର୍ଷା ପୁଣି ଶୀତକୁ ଫେରାଇ ଆଣିଛି। କେତେକ ଅଞ୍ଚଳରେ ଝଡ଼ବର୍ଷାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଏବଂ ଆସନ୍ତାକାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଦେବଗଡ଼,
ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେବେ କଟକ, ଖୋର୍ଦ୍ଧା, ଜଗତ୍ସିଂହପୁର, ପୁରୀ, ଯାଜପୁର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବୀରମହାରାଜପୁରଠାରେ ସର୍ବାଧିକ ୮ ସେଣ୍ଟିମିଟର ବର୍ଷା ହୋଇଥିବାର ରେକର୍ଡ଼ କରାଯାଇଛି। ଆସନ୍ତାକାଲି ଉତ୍ତର ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ
ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।