ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ୱିତୀୟ ସମନ୍ୱୟ ବୈଠକ ପୂର୍ବାହ୍ନରେ ଟାଉନହଲ୍ଠାରେ ଅନୁଷ୍ଠିତ ହୋଇଯାଇଛି । ଆଇନମନ୍ତ୍ରୀ ପ୍ରତାପ ଜେନା ଏଥିରେ ଅଧ୍ୟକ୍ଷତା କରିବା ସହ ରଥଯାତ୍ରାର ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି । ବିଶେଷକରି ରାସ୍ତାଘାଟ, ପାନୀୟ ଜଳ, ବିଦ୍ୟୁତ, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଛି ।
ବାକି ରହିଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ବୈଠକରେ ଅନ୍ୟ ମନ୍ତ୍ରୀଙ୍କ ସହ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କେ. ବିଶାଲ ସିଂହ, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।
Comments are closed, but trackbacks and pingbacks are open.