ନରାଜସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ ଓଡିଶା ଛାତ୍ରଛାତ୍ରୀଙ୍କ ପାଇଁ ୨୫ ପ୍ରତିଶତ ସ୍ଥାନ ସଂରକ୍ଷଣ ବ୍ୟବସ୍ଥା ଲାଗୁ

0 2,654

କଟକ ୦୪।୦୧ – କଟକ ନରାଜସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ ଓଡିଶା ଛାତ୍ରଛାତ୍ରୀଙ୍କ ପାଇଁ ୨୫ ପ୍ରତିଶତ ସ୍ଥାନ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବା ପାଇଁ ନିଷ୍ପତ୍ତି ହୋଇଛି । ଆଜି ଅନୁଷ୍ଠିତ ବିଶ୍ୱବିଦ୍ୟାଳୟର ସାଧାରଣ ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଏ ସଂକ୍ରାନ୍ତରେ ପ୍ରେସ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସୂଚନାଯୋଗ୍ୟ ଯେ, ଏହି ବିଶ୍ୱବିଦ୍ୟାଳୟରେ ଓଡିଶା ଛାତ୍ରଛାତ୍ରୀମାନଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବା ପାଇଁ ଦାବି ହୋଇ ଆସୁଥିବାବେଳେ କିଛିଦିନ ତଳେ ଏହାକୁ ନେଇ ଛାତ୍ରଛାତ୍ରୀମାନେ ତଥା ହାଇକୋର୍ଟ ମୁଖ୍ୟ ବିଚାରପତି ଓ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ ।

Leave A Reply