ଲଗାଣବର୍ଷା ଯୋଗୁଁ ୧୩ ନଦୀର ଜଳସ୍ତର ବଢ଼ୁଛି । ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ଜଳକା, ବୁଢ଼ାବଳଙ୍ଗ, ବଂଶଧାରା ଓ ଋଷୀକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ପାଇଥିବାରୁ ରାଜ୍ୟରେ ବନ୍ୟା ଆଶଙ୍କା ଦେଖାଦେଇଛି । ହୀରାକୁଦର ଜଳଧାରଣା କ୍ଷମତା ୬୩୦ ଫୁଟ ଥିବାବେଳେ ଏବେ ଜଳଭଣ୍ଡାରର ଜଳସ୍ତର ୬୨୫ ଫୁଟ ରହିଛି । ଉପର ମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ସ୍ଥିତି ଦେଖି ଏହାର ଫାଟକ ଖୋଲାଯିବ ବୋଲି ଜଳସେଚନ ବିଭାଗର ମୁଖ୍ୟ ଯନ୍ତ୍ରୀ କହିଛନ୍ତି ।