ଫି’ କୋହଳ ଘରୋଇ ଅନୁଦାନ ପ୍ରାପ୍ତ ଓ ଅଣଅନୁଦାନ ପ୍ରାପ୍ତ ସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ସ୍କୁଲ ଫି’ କୋହଳ କରିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ହାଇକୋର୍ଟରେ ଦାଖଲ ହୋଇଥିବା ରିପୋର୍ଟ ଆଧାରରେ ୭ଟି ସ୍ଲାବ୍ରେ ଫି’ କୋହଳ କରାଯିବ । ଏଥିସହ ପରିବହନ ଓ ଖାଦ୍ୟ ବାବଦ ଖର୍ଚ୍ଚ ମନଇଚ୍ଛା ସ୍କୁଲ୍ ପକ୍ଷରୁ ଆଦାୟ କରାନଯାଇ ପ୍ରକୃତ ସ୍ଥିତିକୁ ଦେଖି ପଦକ୍ଷେପ ନେବାକୁ କୁହାଯାଇଛି ।
୨୦୨୦-୨୧ ଶିକ୍ଷାବର୍ଷ ଲାଗି କୌଣସି ବିଦ୍ୟାଳୟ ସ୍କୁଲ ଫି’ ବୃଦ୍ଧି କରିପାରିବେ ନାହିଁ । ହଷ୍ଟେଲ୍ ଫି’ ୩୦ ପ୍ରତିଶତ ଛାଡ଼ କରାଯିବ । ସ୍କୁଲ ନ ଖୋଲିବା ପର୍ଯ୍ୟନ୍ତ ଆକ୍ଟିଭିଟି ଫି’, ଲଣ୍ଡ୍ରି ଫି’, ଏକ୍ସଟରନାଲ୍ ଏକ୍ସାମ୍ ଫି’, ୟୁନିଫର୍ମ ଫି’, ଡେଭଲପ୍ମେଣ୍ଟ ଫି’ ଇତ୍ୟାଦିକୁ ମଧ୍ୟ ଆଦାୟ ନ କରିବାକୁ କୁହାଯାଇଛି । ହାଇକୋର୍ଟଙ୍କ ରାୟ ଆସିବା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି
ନିଆଯାଇଛି ।