ଆସନ୍ତା ୧୫ ତାରିଖଠାରୁ ରାଜ୍ୟର ସ୍କୁଲଗୁଡ଼ିକରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଆଜି ଏହି ସୂଚନା ଦେଇଛନ୍ତି ।
ସୁବର୍ଣ୍ଣପୁର ସର୍କିଟ ହାଉସ୍ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇ ଶ୍ରୀ ଦାଶ କହିଛନ୍ତି, କୋଭିଡ୍ ମାର୍ଗଦର୍ଶିକା ଅନୁପାଳନ ସହ ଷଷ୍ଠ ଓ ସପ୍ତମ ଶ୍ରେଣୀର ପାଠପଢ଼ା ବ୍ୟବସ୍ଥା କରାଯାଇଛି । ଆଗକୁ ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବାକୁ ସରକାର
ଚିନ୍ତା କରୁଛନ୍ତି ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।