ଡାକ୍ତରୀ ଓ ଇଞ୍ଜିନିୟରିଂ ପବେଶିକା ପରୀକ୍ଷା ନିମନ୍ତେ ମାଗଣାରେ କୋଚିଂ-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ‘ଛାତ୍ର ପ୍ରୋତ୍ସାହନ ଯୋଜନା’ର ଶୁଭାରମ୍ଭ

0 89

ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ‘ଛାତ୍ର ପ୍ରୋତ୍ସାହନ ଯୋଜନା’ର ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ ପ୍ରତ୍ୟେକ ବର୍ଷ ରାଜ୍ୟର ୩୨୦ ଜଣ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କୁ ଡାକ୍ତରୀ ଓ ଇଞ୍ଜିନିୟରିଂ ପବେଶିକା ପରୀକ୍ଷା ନିମନ୍ତେ ମାଗଣାରେ କୋଚିଂ ଦିଆଯିବ । ଏହି ଅବସରରେ ‘ଛାତ୍ର ପ୍ରୋତ୍ସାହନ ଯୋଜନା’ ନିମନ୍ତେ ମନୋନୀତ କୋଚିଂ ଏଜେନ୍ସି ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।

ଏହି ଏଜେନ୍ସିଗୁଡ଼ିକ ପ୍ରତ୍ୟକ୍ଷ ଭାବେ ମେଡିକାଲ ଓ ଇଂଜିନିୟରିଂ କୋଚିଂ ପ୍ରଦାନ କରିବେ ଓ ମନୋନୀତ ଛାତ୍ରଛାତ୍ରୀଙ୍କୁ ୭ଟି ଉତ୍କର୍ଷ କେନ୍ଦ୍ରରେ ପ୍ରସ୍ତୁତି ନିମନ୍ତେ ପ୍ରଶିକ୍ଷଣ ଦେବେ ।


ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଡ. ଅମର ପଟ୍ଟନାୟକ, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରା ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ସାଂସଦ ପାଣ୍ଠିରୁ ୨୦୦ଟି ଟାବଲେଟ୍‌ ପ୍ରଦାନ କରାଯାଇଥିବା ଜଣାପଡ଼ିଛି ।

Leave A Reply