।
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆସନ୍ତା ମେ’ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ୍ ସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାଦ୍ୱାରା ତାପମାତ୍ରାରେ ପରିବର୍ତ୍ତନ ଆସିପାରେ ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।
ଅପରପକ୍ଷରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପାଗରେ କୌଣସି ବଡଧରଣର ପରିବର୍ତ୍ତନ ହେବ ନାହିଁ । ଏବେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଅନୁଗୁଳ, ଝାରସୁଗୁଡା, ସମ୍ବଲପୁର, ବରଗଡ, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀରରେ ଗ୍ରୀଷ୍ମପ୍ରବାହ ଜାରି ରହିବ । ଏହିସବୁ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।
ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲାରେ ଗ୍ରୀଷ୍ମ ଲହରୀକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ କିଛି ସ୍ଥାନରେ ଆଜି କାଳବୈଶାଖୀର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପକ୍ଷରେ ଆସନ୍ତା ମେ’ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତା’ର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ମେ’ ୫ ତାରିଖରେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ତେବେ ଏହା ବାତ୍ୟା ରୂପ ନେବ କି ନାହିଁ ଏବଂ ଏହାର ପ୍ରଭାବ ଓଡ଼ିଶା ଉପରେ କେତେକ ରହିବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ ଆକଳନ କରାଯାଇ ନାହିଁ । ଘୂର୍ଣ୍ଣିବଳୟ କାରଣରୁ ତାପମାତ୍ରାରେ ପରିବର୍ତ୍ତନ ଆସିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
Comments are closed, but trackbacks and pingbacks are open.