ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା ୨୦୨୧ ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ଉଦ୍ଘାଟିତ ହୋଇଯାଇଛି । ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍ଘାଟନ କରିଛନ୍ତି । ଏହି ମେଳାରେ ରାଜ୍ୟର ପ୍ରାୟ ୧୭୦ ଏବଂ ବାହାର ରାଜ୍ୟର ପ୍ରାୟ ୮୦ ଜଣ ହସ୍ତଶିଳ୍ପୀ ଓ ବୁଣାକାରମାନେ ଯୋଗ ଦେଇଛନ୍ତି । ଚଳିତ ଥର ମେଳାରେ କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମକୁ ସ୍ଥାନିତ କରାଯାଇନାହିଁ । ଏହି ମେଳା ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ଚାଲିବ ।