ଆଜି କେତେକ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା

0 104

ଭୁବନେଶ୍ୱର -ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । ଆଜି କେତେକ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଏହି ଜିଲ୍ଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତ୍‍ସିଂହପୁର । ସେହିଭଳି ଦକ୍ଷିଣ ଆଣ୍ଡାମାନ ସାଗରରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ଆସନ୍ତା ମଙ୍ଗଳବାରଠାରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ
ଅଞ୍ଚଳରେ ବର୍ଷା ଓ ପବନ ବୃଦ୍ଧି ପାଇବ ।

ଏଥିପାଇଁ ଗଞ୍ଜମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ପ୍ରବେଶ ନ କରିବା ପାଇଁ କୁହାଯାଇଛି ।

Leave A Reply