ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼, କଟକ, ଜଗତ୍‍ସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଏବଂ କନ୍ଧମାଳରେ ଘନକୁହୁଡ଼ି ଅନୁଭୂତ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

0 144

ରାଜ୍ୟରେ ପାଗ ଆଜି ମୁଖ୍ୟତଃ ଶୁଖିଲା ରହିଥିଲା । ଉପକୂଳବର୍ତ୍ତୀ ଜିଲ୍ଲା ଜଗତ୍‍ସିଂହପୁର, ଖୋର୍ଦ୍ଧା, ଗଞ୍ଜାମର ଗୋଟିଏ ଦୁଇଟି ସ୍ଥାନରେ ଘନକୁହୁଡ଼ି ପରିଲକ୍ଷିତ ହୋଇଛି । ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଛି । ତେବେ ରାଜ୍ୟରେ ସର୍ବୋଚ୍ଚ ଦିନ ତାପମାତ୍ରା କଟକଠାରେ ୩୧ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଥିବାବେଳେ ସର୍ବନିମ୍ନ ରାତି ତାପମାତ୍ରା ୯ ଦଶମିକ ୫ ଡିଗ୍ରୀ ସେଲ୍‍ସିୟସ୍‍ ଫୁଲବାଣୀଠାରେ ରେକର୍ଡ଼ କରାଯାଇଛି ।


ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର କେନ୍ଦ୍ରାପଡ଼, କଟକ, ଜଗତ୍‍ସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଏବଂ କନ୍ଧମାଳରେ ଘନକୁହୁଡ଼ି ଅନୁଭୂତ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷାହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ଓ ୪ତାରିଖ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ବର୍ଷା ଓ ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା
ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏ ନେଇ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉପକୂଳ ଓଡିଶା ଏବଂ ଦକ୍ଷିଣ ଓଡିଶାର କେତେକ ସ୍ଥାନରେ ଘନ କୁହୁଡି ଦୃଶ୍ୟମାନ ହେବା ନେଇ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply