ରାଜ୍ୟର ସର୍ବନିମ୍ନ ତାପମାତ୍ରା ପ୍ରାୟ ୧ରୁ ଦେଢ଼ ଡିଗ୍ରୀ ହ୍ରାସ ପାଇଥିବା ଜଣାପଡିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ସହରର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ବେଳେ ଦୁଇଟି ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ କରାଯାଇଛି ।
ରାଜ୍ୟର ସର୍ବନିମ୍ନ ତାପମାତ୍ରା ୮.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇ ସୋନପୁର ରାଜ୍ୟର ସବୁଠାରୁ ଥଣ୍ଡା ସହର ରୂପେ ପୁଣି ପରିଗଣିତ ହୋଇଛି ।
ତେବେ ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।