ରାଜ୍ୟରେ ଶୀତର ପ୍ରକୋପ ସାମାନ୍ୟ ହ୍ରାସ ପାଇଛି- ଅଧିକାଂଶ ସ୍ଥାନରେ ଆକାଶ ମେଘୁଆ

0 69

ରାଜ୍ୟରେ ଶୀତର ପ୍ରକୋପ ସାମାନ୍ୟ ହ୍ରାସ ପାଇଛି । ଅଧିକାଂଶ ସ୍ଥାନରେ ଆକାଶ ମେଘୁଆ ରହୁଥିବାରୁ ଶୀତର ପ୍ରକୋପ ହ୍ରାସ ପାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି ।

ବୌଦ୍ଦ ଠାରେ ସର୍ବାଧିକ ଦିନ ତାପମାତ୍ରା ୩୫ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଥିବାବେଳେ ସର୍ବନିମ୍ନ ତାପମାତ୍ରା ଦାରିଙ୍ଗିବାଡ଼ିଠାରେ ୧୫ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଛି । ୨୪ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply