ଆସନ୍ତା ତିନିଦିନ ଭିତରେ ଶୀତର ପ୍ରକୋପ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ରାଜ୍ୟର ତାପମାତ୍ରା ୪ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ଶୀତର ପ୍ରଭାବ କମିବ ବୋଲି କୁହାଯାଉଛି । ଅନ୍ୟ ପକ୍ଷରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କନ୍ଧମାଳ, ମାଲକାନଗିରି, ଜଗତସିଂହପୁର, ଗଞ୍ଜାମ, ପୁରୀ ଓ କଳାହାଣ୍ଡି ଆଦି ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଏବଂ ଗଜପତି ଜିଲ୍ଲାର କିଛି ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି ।ରାଜ୍ୟରେ ଶୀତର ପ୍ରକୋପ ପୁଣି ବୃଦ୍ଧି ପାଇଛି । ସର୍ବନିମ୍ନ ରାତି ତାପମାତ୍ରା ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ୍ ଦାରିଙ୍ଗବାଡି ଏବଂ ଫୁଲବାଣୀ ଠାରେ ରେକର୍ଡ କରାଯାଇଛି । ଅନ୍ୟ ସହରଗୁଡ଼ିକ ମଧ୍ୟରେ ସୋନପୁର ଏବଂ
ଝାରସୁଗୁଡ଼ାରେ ୯ ଡିଗ୍ରୀ ଲେଖାଏଁ ଏବଂ ଭବାନୀପାଟଣାରେ ୯ ଦଶମିକ ୪ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି । ଅନ୍ୟ ସହରଗୁଡ଼ିକର ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ୍ରୁ ଊଦ୍ଧ୍ୱର୍ରେ ରହିଛି ।
ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ବୁଧବାରଠାରୁ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଗାମୀ ୨ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୬ ତାରିଖରୁ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ୨ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ଏବଂ ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ଆଭ୍ୟନ୍ତରୀଣ ଉତ୍ତର ଓଡ଼ିଶା ଝାରସୁଗୁଡ଼ାର ଗୋଟିଏ ଦୁଇଟି ସ୍ଥାନରେ ଶୀତ ପ୍ରକୋପ ରହିବା ସହ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, କଳାହାଣ୍ଡି, ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନକୁହୁଡ଼ି ଦେଖାଯିବାର ପୂର୍ବାନୁମାନ କରାଯାଇଛି ।