ଆଜିଠାରୁ ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢ଼ିବ

0 157


ପଶ୍ଚିମା ଝଡ଼ ପ୍ରଭାବରେ ଗତ ୨ ଦିନ ହେଲା ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଯାଇଛି । ପାଗ ମେଘୁଆ ରହିଥିବାରୁ ରାତିର ତାପମାତ୍ରା ସ୍ୱାଭାବିକ ଠାରୁ ବୃଦ୍ଧି ପାଇଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ପରବର୍ତ୍ତୀ ସମୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼,
କେନ୍ଦୁଝର, କନ୍ଧମାଳ ଏବଂ ସମ୍ବଲପୁରଠାରେ କେତେକ ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି ।

ଆଜିଠାରୁ ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢ଼ିବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ଥିବାରୁ ଶୀତର ପ୍ରକୋପ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳର କେତେକ ସ୍ଥାନରେ ଘନ କୁହୁଡି ଅନୁଭୂତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply