ଆଜିଠାରୁ ଦୁଇଦିନ ଯାଏଁ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇବ
ଆଜିଠାରୁ ଦୁଇଦିନ ଯାଏଁ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇବ
ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇବା ସହ ଥଣ୍ଡା ଅନୁଭୂତ ହେଉଛି । ତେବେ ଆଜିଠାରୁ ଦୁଇଦିନ ଯାଏଁ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇବ । ଫଳରେ ଶୀତର ପ୍ରକୋପ ବୃଦ୍ଧି
ପାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଇତିମଧ୍ୟରେ ରାଜ୍ୟର ୩ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିଆସିଛି ।